Thursday, December 7, 2023

ଇଣ୍ଟର୍ନେଟ୍ ଓ ଓଡ଼ିଆ ଭାଷା

 ଇଣ୍ଟର୍ନେଟ୍ ଓ ଓଡ଼ିଆ ଭାଷା



ଓଡ଼ିଆ ଭାଷାକୁ ନେଇ ସଙ୍କଟ ଏବେକାର କଥା ନୁହେଁ ବରଂ ଏହା ଏକ ଇତିହାସ  ପ୍ରଥମେ ସଂସ୍କୃତ, ପରେ ପରେ ବଙ୍ଗଳା ଏବଂ ବର୍ତ୍ତମାନ ହିନ୍ଦୀ ଓ ଇଂରାଜୀ  ବାରମ୍ବାର ଓଡିଆ ଭାଷାକୁ ସହିବାକୁ ପଡିଛି ଅନ୍ୟ ଭାଷାଗୁଡିକର କୁଠାରାଘାତ  ତଥାପି, ମଳିନ ପଡିନି ଓଡିଆ ଭାଷା  ଓଡିଆ ଏକ ଭାଷା ନୁହେଁ ବୋଲି ବଙ୍ଗାଳୀମାନଙ୍କ ଉଦ୍‌ଘୋଷଣା ପରେ ଏହାର ସୁରକ୍ଷା ପାଇଁ ସଂଘର୍ଷ କଲା ଏ ଜାତି  ସେତେବେଳେ ତ ବର୍ତ୍ତମାନର ଓଡିଶା ପରି ଓଡ଼ିଆମାନଙ୍କ ଲାଗି ସ୍ବତନ୍ତ୍ର ପ୍ରଦେଶଟିଏ ବି ନଥିଲା  ଥୋକେ ମାନ୍ଦ୍ରାଜ ପ୍ରଦେଶରେ, ଥୋକେ ମଧ୍ୟପ୍ରଦେଶରେ ଏବଂ ଥୋକେ ରହୁଥିଲେ ବଙ୍ଗବିହାର ପ୍ରଦେଶରେ 

ତେବେ, ୧୯୦୩ ମସିହାଠାରୁ ଆରମ୍ଭ ହେଲା ସ୍ବତନ୍ତ୍ର ପ୍ରଦେଶଟିଏ ପାଇଁ ସଙ୍ଘର୍ଷ  ମାତ୍ର, ୧୬୬୮ ମସିହାରେ ମୁକୁନ୍ଦ ଦେବଙ୍କ ପରାଜୟ ପରେ ଦୀର୍ଘ ତିନିଶହ ବର୍ଷରୁ ଊର୍ଦ୍ଧ୍ବକାଳ ଖଣ୍ଡ ଭିତରେ ଅପରିବର୍ତ୍ତିତ ରହିଥାନ୍ତା କି ଭୂଗୋଳ ? ଶେଷରେ ସେଇ କପିଳେନ୍ଦ୍ର ବା ପୁରୁଷୋତ୍ତମ ଦେବଙ୍କ ବେଳର ଓଡିଶା-ମାଟି ଖୋଜା ପ୍ରୟାସର ଭିତ୍ତି ହେଲା- ଓଡିଆ ଭାଷା  ଆଉ ମଧୁସୂଦନଙ୍କ ଉଠରେ ଉଠରେ ଉତ୍କଳ ସନ୍ତାନର ଆହ୍ବାନ ଝଂକୃତ ହେଲା ଓଡିଶାର ପୁରପଲ୍ଲୀରେ ଏବଂ ମଧୁବାବୁଙ୍କ ଦ୍ବାରା ଗଠିତ ଉତ୍କଳ ସମ୍ମିଳନୀ ମାଧ୍ୟମରେ ଏକତ୍ରିତ ହେଲେ ରାଜା ମହାରାଜଙ୍କଠାରୁ ସାଧାରଣ ଜନତା ପର୍ଯ୍ୟନ୍ତ  କୋଟିଏ ଓଡିଆ ଗୋଟିଏ ଆକୁଳ କଣ୍ଠରେ ଗାଇଲେ ବନ୍ଦେ ଉତ୍କଳ ଜନନୀ ପରିଶେଷରେ ଦେଶ ସ୍ବାଧୀନ ହେବାର ଏକ ଦଶନ୍ଧି ପୂର୍ବରୁ ଓଡିଶା ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇଲା, ହେଲା ଭାରତବର୍ଷର ସର୍ବପ୍ରଥମ ଭାଷାଭିତ୍ତିକ ରାଜ୍ୟ  ତେବେ, ରାଜନୈତିକ ସାମ୍ରାଜ୍ୟଠାରୁ ଭାଷାର ବନ୍ଧନ ଯେ କେତେ ସୁଦୃଢ, ଏମିତି ଏକ ସ୍ବତନ୍ତ୍ର ଉଦାହରଣ ଓଡିଆ ଭାଷା ଛଡା ଆଉ ବା କଣ ହୋଇପାରେ ?

ସେବେଠୁ ଓଡିଆଭାଷା ଓ ସାହିତ୍ୟର ପ୍ରଚାର ଓ ପ୍ରସାର ଦିଗରେ ଓଡିଆ ସମ୍ବାଦପତ୍ର ଓ ପତ୍ରପତ୍ରିକାଗୁଡିକ ନିଜ ନିଜର ଦାୟିତ୍ବ ତୁଲାଇ ଆସୁଛନ୍ତି  ସମୟକ୍ରମେ ଓଡିଆ ଭାଷା ଓ ସାହିତ୍ୟର ପ୍ରଚାର ଓ ପ୍ରସାର ସକାଶେ ଅନେକ ପରୀକ୍ଷା ନିରୀକ୍ଷା ହୋଇଛି ଏବଂ ଏବେ ମଧ୍ୟ ସେ ପ୍ରୟାସ ଜାରି ରଖିଛି  ଆଜିର ଏହି ସୂଚନା ଓ ପ୍ରଯୁକ୍ତି ଯୁଗରେ ଓଡିଆ ସାହିତ୍ୟ ଡଟ୍ କମ୍, ନିଶ୍ଚିତ ଭାବେ ଏକ କ୍ଷୁଦ୍ର କିନ୍ତୁ ନିଆରା ପ୍ରୟାସ  ଏଇଥିପାଇଁ ନିଆରା ଯେ, ସଂଗ୍ରହଣୀୟତା ଦୃଷ୍ଟିରୁ ଓଡିଆ ସାହିତ୍ୟ ଡଟ୍ କମ୍, ସମ୍ବାଦପତ୍ରର ସାହିତ୍ୟ ପୃଷ୍ଠା ଓ ସାହିତ୍ୟ ପତ୍ରପତ୍ରିକା ଗୁଡିକଠାରୁ ବହୁତ ଆଗରେ  ଅନ୍ୟ ଦୃଷ୍ଟିରୁ ବିଚାର କଲେ, ସମ୍ବାଦପତ୍ର ଓ ସାହିତ୍ୟ ପତ୍ରପତ୍ରିକା ଗୁଡିକର ବ୍ୟାପ୍ତି କେବଳ କିଛି ଭୌଗୋଳିକ ସୀମା ସରହଦ ଭିତରେ ସୀମିତ, ମାତ୍ର ଇଣ୍ଟର୍‌ନେଟ୍‌ର ଉପସ୍ଥିତ ବିଶ୍ବବ୍ୟାପୀ  ଏଣୁ, ଓଡିଆ ଭାଷାରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ତଥା ସୂଚନା ଓ ପ୍ରଦ୍ୟୋଗିକ କ୍ଷେତ୍ରରେ ଓଡିଆ ଭାଷାର ପ୍ରୟୋଗ ହିଁ ବର୍ତ୍ତମାନ ସମୟର ଆହ୍ବାନ ଏଇଠି ଆମେ ସୂଚେଇ ଦେବାକୁ ଚାହୁଁ, ସ୍ବତନ୍ତ୍ର ପ୍ରଦେଶ ଗଠନ ହେବାର ଦୀର୍ଘ ଅଣଚାଶ ବର୍ଷ ପରେ ହିଁ ଆମ ଓଡିଆଙ୍କ ନିଦ ଭାଙ୍ଗିଲା  ଅର୍ଥାତ୍ ପହିଲା ଅପ୍ରେଲ୍ ୧୯୮୫ଠୁ ହିଁ ଓଡିଆ ଭାଷା ସରକାରୀ ଭାଷାର ମର୍ଯ୍ୟାଦା ପାଇଲା 

ସଚିବାଳୟ ଠାରୁ ବ୍ଲକ୍ ପର୍ଯ୍ୟନ୍ତ ଯେପରି ସବୁ ସ୍ତରରେ ଓଡିଆ ଭାଷାର ବ୍ୟବହାର ଠିକ୍ ଭାବରେ ହୋଇ ପାରିବ, ସେଥିପ୍ରତି ଦୃଷ୍ଟିଦେବାକୁ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ନିର୍ଦ୍ଦେଶ ଦେଲେ ଏହା ଭିତରେ ବିତି ଗଲାଣି ପ୍ରାୟ ଦୁଇ ଦଶନ୍ଧି କିନ୍ତୁ, ପରିଣତି ସମସ୍ତଙ୍କ ସାମ୍ନାରେ ହଁ ଆଜ୍ଞା, ଏବେ ସମୟ ଆସିଛି, ଅତୀତରେ ଭାଷାପ୍ରତି ଆମେ ପ୍ରଦର୍ଶନ କରିଥିବା ସମସ୍ତ ଅବହେଳାରେ ପୂର୍ଣ୍ଣଛେଦଟିଏ ଟାଣିବା ପାଇଁ, ଇଣ୍ଟର୍‌ନେଟ୍ ମାଧ୍ୟମରେ ଶିକ୍ଷିତ ଲୋକମାନଙ୍କୁ ସଚେତନ କରିବା ପାଇଁ; ସର୍ବୋପରି, ଓଡିଆ ଭାଷାର ପ୍ରଚୁର ବ୍ୟବହାର ପାଇଁ ଆମର ବିଶ୍ବାସ, କେବଳ ବ୍ୟବହାର କଲେ ହିଁ ଓଡିଆ ଭାଷା ସମୃଦ୍ଧ ହୋଇପାରିବ |


Our Other posts : 

ବାଜେ କଥା : 1 : https://dharakote.blogspot.com/2023/12/1.html

ମଦ୍ୟପ : https://dharakote.blogspot.com/2023/12/blog-post_52.html

ଜଗନ୍ନାଥ ମହାପ୍ରଭୁ ଙ୍କର ଛପନଭୋଗ: https://dharakote.blogspot.com/2023/12/blog-post_5.html

ମା ତାରାତାରିଣୀ ମନ୍ଦିର ବିଷୟରେ ପଦେ : https://dharakote.blogspot.com/2023/12/blog-post.html


Source : Internet


No comments:

Post a Comment

Facebook COmment

Related Posts Plugin for WordPress, Blogger...